କରବାଲୁଆ ବିଦ୍ୟାଳୟରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ । ଚିକିଟି--ଚିକିଟି ବ୍ଲକ କାରବାଲୁଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଏବଂ ପୁରାତନ ଛାତ୍ର ସଂସଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନରସିଂହ ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବିଇଓ ବସନ୍ତ ପଣ୍ଡା ଯୋଗଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଏବିଇଓ ସୀମାଞ୍ଚଳ ପଣ୍ଡା,ଶିକ୍ଷାବିତ ସୁରେନ ପାଢ଼ୀ ଓ ସିଆରସିସି ସଂହିତା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଶିକ୍ଷୟିତ୍ରୀ ମିନାକ୍ଷୀ ପାଢ଼ୀ ସ୍ୱାଗତ ଭାଷଣ ସହ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ । ମୋଟ 256 ପିଲାଙ୍କୁ ପୋଷାକ ଓ ଜୋତା ବଣ୍ଟନ ହୋଇଥିଲା । ଶିକ୍ଷକ ଅମର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ପୁରାତନ ଛାତ୍ର ସଂସଦ ବୈଠକରେ ମୋ ସ୍କୁଲ ଅଭିଯାନ ମାଧ୍ୟମରେ ବିଦ୍ୟାଳୟ ର ବିକାଶ ପାଇଁ ସମସ୍ତେ ଆହ୍ୱାନ ଦେଇଥିଲେ ।

Post a Comment