//BREAKING//
Loading...

ପଦରବାଲି ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସଵ

 


କୁକୁଡାଖଣ୍ଡି ବ୍ଲକ  (ସ୍ୱତନ୍ତ୍ର ନିଉଜ଼୍ ୍) ଅନ୍ତର୍ଗତ ଲାଞ୍ଜିଆ ପଞ୍ଚାୟତ ଅଧୀନସ୍ଥ ପଦରବାଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ବୁଧୁବାର ଦିନ  ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଦେବକୀ ମଲ୍ଲିକଙ୍କ ସଭାପତିତ୍ବରେ ଅନୁଷ୍ଠୀତ ହୋଇଯାଇଛି I ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ସମିତି ସଭ୍ୟ ତଥା ଆମ୍ବଗଡ ସମବାୟ ସମିତି ର ସଭାପତି କାହ୍ନୁ ଚରଣ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା କିପରି ସରକାରୀ ବିଦ୍ୟାଳୟ ଗୁଡ଼ିକରେ କାର୍ଯ୍ୟକାରୀ ହେଉଛି ଏବଂ ମେଧାବୀ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ଲାପଟପ ବଣ୍ଟନ ପରି ବିଭିନ୍ନ କାର୍ଯ୍ୟକ୍ରମ ସରକାରଙ୍କୁ ଲୋକାଭିମୁଖୀ କରୁଛି ତତ୍ ସହିତ କିପରି ଭଲ ପାଠ ପଢିବା ଦ୍ୱାରା ଭଲ ମଣିଷ ଟିଏ ହୋଇ ନିଜ ବିଦ୍ୟାଳୟ ସମେତ ଗ୍ରାମର ନାମକୁ ମଧ୍ୟ ସାରା ଦୁନିଆରେ ପରିଚୟ ସୃଷ୍ଟି କରିପାରିବ ସେହି ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ଦେଇଥିଲେ I ଅନ୍ୟମାନଙ୍କ ମଧ୍ୟରେ ଦକ୍ଷିଣପୁରସ୍ଥ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଦୁଷ୍ମନ୍ତ ପଟ୍ଟନାୟକ ଓ ବିଦ୍ୟାଳୟର ଶିକ୍ଷୟିତ୍ରୀ କଲ୍ୟାଣୀ କୁମାରି ତ୍ରିପାଠୀ, ବିନୋଦିନୀ ବେହେରା ଓ ଜି. କୁମାରି ତଥା ପରିଚାଳନା କମିଟିର ସଦସ୍ୟ ସଦସ୍ୟା ବୃନ୍ଦ ଉପସ୍ଥିତ ଥିଲେ I ଶିକ୍ଷକ ମିଟିକ ସ୍ୱାଇଁ ଉକ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନା କରିଥିଲେ ।

Post a Comment

Previous Post Next Post

ଆରମ୍ଭ ମାତ୍ର ସ୍ଵତନ୍ତ୍ର ନ୍ୟୁଜ

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe