ଦିଗପହଣ୍ଡି ୨୫/୦୨/୨୪ ( ସ୍ୱତନ୍ତ୍ର ନ୍ୟୂଜ଼ )ଦିଗପହଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲାଞ୍ଜିଆ ପଞ୍ଚାୟତର ବାଳକୃଷ୍ଣପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପଦ୍ମଚରଣ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଲାଞ୍ଜିଆ ସମିତି ସଭ୍ୟ ତଥା ଆମ୍ବଗଡ ସମବାୟ ସେବା ସମିତିର ସଭାପତି କାହ୍ନୁ ଚରଣ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ । ଅନ୍ୟତମ ଅତିଥିଭାବେ ଏବିଇଓ ତ୍ରିନାଥ ମଲ୍ଲିକ ଓ ସିଆରସିସି ଦୁଷ୍ମନ୍ତ କୁମାର ପଟ୍ଟନାୟକ ଯୋଗଦାନ କରିଥିଲେ। ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ କରାଯାଇଥିଲା । ସରକାରୀ ବିଦ୍ୟାଳୟରେ ବର୍ତ୍ତମାନ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା ଯୋଗୁଁ ବହୁ ଛାତ୍ରଛାତ୍ରୀ ବେସରକାରୀ ବିଦ୍ୟାଳୟ ଅପେକ୍ଷା ସରକାରୀ ବିଦ୍ୟାଳୟରେ ପାଠ ପଢିବା ପାଇଁ ଆଗ୍ରହ ପ୍ରକାଶ କରୁଛନ୍ତି । ବର୍ତ୍ତମାନ ପିଲାମାନଙ୍କ ପାଠ ପଢ଼ିବା ପାଇଁ ଯେଉଁ ସବୁ ସୁବିଧା ସରକାର ଯୋଗାଇ ଦେଇଛନ୍ତି , ସେଥିପାଇଁ ଶ୍ରୀ ପାତ୍ର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବହୁତ ଧନ୍ୟବାଦ ଦେବା ସହିତ ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ଉଜ୍ଜଳ କାମନା କରିଥିଲେ । ଅତିଥି ମାନଙ୍କ ଦ୍ଵାରା କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଶିକ୍ଷକ ଟୁନା ଦୋରା ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷକ ରାମମୋହନ ପତି ଓ ରମେଶ ସେନାପତି ମଞ୍ଚ ପରିଚାଳନା କରିଥିଲେ ଏବଂ ଶିକ୍ଷୟତ୍ରୀ ଶଶିରେଖା ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।
ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ ବିଜୟ କୁମାର ପାତ୍ର ଓ ଶିକ୍ଷୟତ୍ରୀ ସରସ୍ଵତୀ ଆଚାରି କାର୍ଯ୍ୟକ୍ରମରେ ସହଯୋଗ କରିବା ସହିତ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ଅଶୋକ ମହାରଣା , ପଦ୍ମଚରଣ ଗୌଡ଼, ମାଗତା ଡାକୁଆ , ସୁଦାମ ସାହୁ ଜୟନ୍ତୀ ଗୌଡ଼ , ଜ୍ୟୋତ୍ସ୍ନା ଗୌଡ଼ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନା କରିଥିଲେ ।
Post a Comment